Indus Valley Times

ନବୀନ ନିବାସରେ ମୁଖ୍ୟମନ୍ତ୍ରୀ, ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋହନ

 Breaking News

ନବୀନ ନିବାସରେ ମୁଖ୍ୟମନ୍ତ୍ରୀ, ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋହନ

August 23
18:46 2025

ଭୁବନେଶ୍ୱର,୨୩/୮: ନବୀନ ନିବାସ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେଠାରେ ବିରୋଧୀ ଦଳ ନେତା ନବୀନଙ୍କୁ ଭେଟି ତାଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି।
ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍ ଆଣିବା ପାଇଁ ପରାମର୍ଶ ଦେବା ପରେ ସେ ସମ୍ ଅଲ୍ଟିମେଟ୍ ହସ୍ପିଟାଲ ଯାଇଥିଲେ।
ଉଲ୍ଲେଖଯୋଗ୍ୟ, ଜୁନ୍ ୨୦ରେ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥ୍ରାଇଟିସ୍ ଅପରେଶନ ପାଇଁ ମୁମ୍ବାଇର ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୨ରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ସେଠାରେ ୨୧ ଦିନ ରହିବା ପରେ ସୁସ୍ଥ ହୋଇ ଜୁଲାଇ ୧୨ରେ ଭୁବନେଶ୍ୱର ଫେରିଥିଲେ। ସେବେଠାରୁ ନବୀନ ନିବାସରେ ସେ ରହିବା ସହିତ ଦଳୀୟ ନେତୃବୃନ୍ଦଙ୍କ ସହିତ କମ୍ ସାକ୍ଷାତ ଆଲୋଚନା କରୁଥିବା ଜଣାଯାଇଛି। ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ନେଇ ଦଳର ବରିଷ୍ଠ ନେତା ତଥା ବିଧାୟକ ପ୍ରତାପ ଦେବ କହିଛନ୍ତି, ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛୁ ସେ ଖୁବ୍‌ଶୀଘ୍ର ଭଲ ହୋଇଯାଆନ୍ତୁ। ଏହାସହିତ ତାଙ୍କ ପ୍ରତି ରାଜ୍ୟବାସୀଙ୍କ ଆଶୀର୍ବାଦ ରହିଛି।
ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଥିଲେ। ମୋଦି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା କଥା ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ। ଏଥିସହିତ ନବୀନଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଥିଲେ। ସମ୍ପୂର୍ଣ୍ଣସୁସ୍ଥ ହେବା ପରେ ଦିଲ୍ଲୀ ଆସିଲେ ଭେଟିବାକୁ ବି କହଥିଲେ ପ୍ରଧାନମନ୍ତ୍ରୀ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930