Indus Valley Times

ନିର୍ବାଚନ ଲଢ଼ିବେନି ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ, ରୋଜଗାର ମେଳାରେ ବଡ ବୟାନ

 Breaking News

ନିର୍ବାଚନ ଲଢ଼ିବେନି ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ, ରୋଜଗାର ମେଳାରେ ବଡ ବୟାନ

ନିର୍ବାଚନ ଲଢ଼ିବେନି ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ, ରୋଜଗାର ମେଳାରେ ବଡ ବୟାନ
July 12
11:41 2025

ଭୁବନେଶ୍ୱର,୧୨/୭ : ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଆଉ ନିର୍ବାଚନ ଲଢ଼ିବେନି ବୋଲି ଜୁଏଲ ଓରାମ କହିଛନ୍ତି। ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ବଡ଼ ବୟାନ ଦେଇ ଜୁଏଲ ଓରାମ କହିଛନ୍ତି, ଆଉ ନିର୍ବାଚନ ଲଢ଼ିବିନି। ଗତ ନିର୍ବାଚନ ବେଳେ ଘୋଷଣା କରିଛି MP,MLA ପାଇଁ ଲଢ଼ିବି ନାହିଁ।
କେନ୍ଦ୍ରରେ ଓଡ଼ିଶାରୁ ୩ ଜଣଙ୍କୁ କ୍ୟାବିନେଟ ମନ୍ତ୍ରୀ ପଦ ମିଳିଛି। ଗତ ମନ୍ତ୍ରିମଣ୍ଡଳରେ ପୂର୍ବରୁ ରହିଆସିଥିବା ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ସାମିଲ ହୋଇଥିବା ବେଳେ ଜୁଏଲ ଓରାମଙ୍କୁ ୫ ବର୍ଷ ପରେ ପୁଣି ସୁଯୋଗ ମିଳିଛି। ସେ ତାଙ୍କର ପୁରୁଣା ମନ୍ତ୍ରଣାଳୟ ଆଦିବାସୀ ବ୍ୟାପାର ପାଇଛନ୍ତି।
ଲୋକ ସଭା ଆସନରୁ କ୍ରମାଗତ ବିଜୟୀ ହୋଇଆସୁଥିବା ଜୁଏଲଙ୍କୁ ୨୦୧୯ରୁ ୨୦୨୪ ପର‌୍ୟ୍ୟନ୍ତ ମନ୍ତ୍ରୀ ପଦ ମିଳି ନ ଥିଲା। ସେହି ସମୟରେ ଅର୍ଜୁନ ମୁଣ୍ଡାଙ୍କୁ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଥିଲା। କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଥିବା ଜୁଏଲ ୧୯୯୮ରେ ପ୍ରଥମ କରି ସୁନ୍ଦରଗଡ଼ ଲୋକ ସଭା କ୍ଷେତ୍ରରୁ ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ।
ଅଟଳ ବିହାରୀ ବାଜପେୟୀଙ୍କ ସରକାର ଦ୍ୱାରା ନୂଆକରି ଗଢ଼ା ଯାଇଥିବା ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟରେ ତାଙ୍କୁ ମନ୍ତ୍ରୀ ପଦ ମିଳିଥିଲା। ୨୦୦୪ରେ ସେ ତୃତୀୟ ଥର ଲାଗି ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ହାରିଯାଇଥିଲେ। ୨୦୧୪, ୨୦୧୯ ଏବଂ ୨୦୨୪ରେ ସେ ସୁନ୍ଦରଗଡ଼ ଲୋକ ସଭା କ୍ଷେତ୍ରରୁ ନିର୍ବାଚିତ ହୋଇଛନ୍ତି। ୨୦୧୪ରେ ମୋଦି ସରକାରଙ୍କ ପ୍ରଥମ ପାଳିରେ ଜୁଏଲ ଆଦିବାସୀ ବ୍ୟାପାର ମନ୍ତ୍ରୀ ଭାବେ ଶପଥ ନେଇଥିଲେ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031