Indus Valley Times

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ: ଶୁଣାଣି ଶେଷ, ମେ ୨୮ରେ ଆସିବ ରାୟ

 Breaking News

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ: ଶୁଣାଣି ଶେଷ, ମେ ୨୮ରେ ଆସିବ ରାୟ

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ: ଶୁଣାଣି ଶେଷ, ମେ ୨୮ରେ ଆସିବ ରାୟ
May 14
16:56 2025

ପାଟଣାଗଡ଼,୬୧୪/୫: ବଲାଙ୍ଗୀର ଜିଲାର ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଆଉ କିଛି ଦିନ ପରେ ରାୟ ପ୍ରକାଶ ପାଇବ। ଗୁରୁବାର ଆଉ କିଛି ସମୟ ପରେ ବୟାନ ରେକର୍ଡ ପାଇଁ ପାଟଣାଗଡ଼ ଏସ୍‌ଡିଜେଏମ୍ କୋର୍ଟରେ ହାଜର ହୋଇଛନ୍ତି ଅଭିଯୁକ୍ତ ପୁଞ୍ଜିଲାଲ ମେହେର।
ଏହି ଘଟଣାରେ ୬୩ ଜଣଙ୍କ ବୟାନ ରେକର୍ଡ ହୋଇ ସାରିଥିବା ବେଲେ ଆଜି ଅଭିଯୁକ୍ତ ପୁଞ୍ଜିଲାଲଙ୍କ କୋର୍ଟରେ ବୟାନ ରେକର୍ଡ କରାଯିବ। ବୟାନ ରେକର୍ଡ ପରେ ବିଚାପତି ଏହି ଘଟଣାର ରାୟ ପ୍ରକାଶ କରିବେ। ପୁଞ୍ଜିଲାଲଙ୍କୁ ବଲାଙ୍ଗୀର କାରାଗାରରୁ ପାଟଣାଗଡ଼ କୋର୍ଟକୁ ଅଣାଯାଇଛି। ବିଚାରପତିଙ୍କ ଆଗରେ ହାଜର ହେବେ।
ସୂଚନାଯୋଗ୍ୟ, ୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ସମଗ୍ର ଦେଶକୁ ଚହଲାଇ ଦେଇଥିଲା। ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଏକମାତ୍ର ପୁତ୍ର ସୌମ୍ୟଶେଖର ସାହୁଙ୍କ ବିବାହ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବାବେଳେ ଭୟଙ୍କର ବିସ୍ଫୋରଣ ହୋଇଥିଲା।
ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା’ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ। ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା। ଅଭିଯୁକ୍ତ ପୁଞ୍ଜିଲାଲ ବଲାଙ୍ଗୀର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ଏବେ ରହିଆସୁଛନ୍ତି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930