Indus Valley Times

ପାଣିପାଗ ବିଭାଗର ଆଲର୍ଟ, ୫ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା !

 Breaking News

ପାଣିପାଗ ବିଭାଗର ଆଲର୍ଟ, ୫ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା !

ପାଣିପାଗ ବିଭାଗର ଆଲର୍ଟ, ୫ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା !
July 02
10:11 2025

ଭୁବନେଶ୍ୱର,୨/୭ : ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଉତ୍ତର ଓଡ଼ିଶା ଏବଂ ଏହାର ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ବଙ୍ଗୋପସାଗର ନିକଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉପରମୁଣ୍ଡରେ ଲଗାଣ ବର୍ଷା ଫଳରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି।
ବୁଧବାର ୩ ଜିଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଥିବାବେଳେ ୧୪ ଜିଲାରେ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ସେହିପରି ବଜ୍ରପାତ ସହ ବର୍ଷା ହେବାକୁ ଥିବା ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲାରେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ କେତେକ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031