Indus Valley Times

ପୁଣି ଆସୁଛି ବଡ଼ ବର୍ଷା, ଆସନ୍ତାକାଲି ପ୍ରବଳ ବର୍ଷିବ, ରେଡ୍ ୱାର୍ଣ୍ଣିଂରେ ୩ ଜିଲ୍ଲା

 Breaking News

ପୁଣି ଆସୁଛି ବଡ଼ ବର୍ଷା, ଆସନ୍ତାକାଲି ପ୍ରବଳ ବର୍ଷିବ, ରେଡ୍ ୱାର୍ଣ୍ଣିଂରେ ୩ ଜିଲ୍ଲା

August 29
17:22 2024

ଓଡ଼ିଶା,୨୯/୮ : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପ ସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମକୁ ମୁହାଁଇ ଆସନ୍ତାକାଲି ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସୁଦୃଶ୍ୟ ଲଘୁଚାପର ରୂପ ନେବ।
ତା’ପରେ ଏହା ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କଲା ବେଳେ ଆଗାମୀ ଦୁଇ ଦିନରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜିଠାରୁ ଆସନ୍ତାକାଲି ଅର୍ଥାତ୍ ୩୦ ତାରିଖ ସକାଳ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।
ସେହିପରି ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା କିଛି ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୩୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ସହିତ ଭୀଷଣ ବର୍ଷା ହୋଇପାରେ। ଏହି ସମୟରେ ବିଜୁଳି, ଘଡ଼ଘଡ଼ି ହେବାର ମଧ୍ୟ ସମ୍ଭାବନା ରହିଛି। ସେଥିପାଇଁ ଏହି ତିନି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି।
ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ହେବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତେଣୁ ଏହି ଜିଲ୍ଲାଗୁଡ଼ିକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୩୧ ତାରିଖ ସକାଳ ସାଢ଼େ ୮ଟାରୁ ୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।
ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧ ତାରିଖ ସକାଳ ସାଢ଼େ ୮ଟାରୁ ୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930