Indus Valley Times

ପ୍ରବଳ ବର୍ଷା ଯୋଗୁଁ ୨ ଦିନ ଶିମିଳିପାଳ ବନ୍ଦ, ସ୍ଥିତି ଦେଖି ପରବର୍ତ୍ତୀ ନିଷ୍ପତ୍ତି

 Breaking News

ପ୍ରବଳ ବର୍ଷା ଯୋଗୁଁ ୨ ଦିନ ଶିମିଳିପାଳ ବନ୍ଦ, ସ୍ଥିତି ଦେଖି ପରବର୍ତ୍ତୀ ନିଷ୍ପତ୍ତି

ପ୍ରବଳ ବର୍ଷା ଯୋଗୁଁ ୨ ଦିନ ଶିମିଳିପାଳ ବନ୍ଦ, ସ୍ଥିତି ଦେଖି ପରବର୍ତ୍ତୀ ନିଷ୍ପତ୍ତି
March 22
11:54 2025

ବାରିପଦା,୨୨/୩ : ୨ ଦିନ ପାଇଁ ଶିମିଳିପାଳ ବନ୍ଦ ରହିବ। ଶନିବାର ଓ ରବିବାର ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। କାଳବୈଶାଖୀକୁ ଦୃଷ୍ଟିରେ ରଖି ୨ ଦିନ ପାଇଁ ବନ୍ଦ ନିଷ୍ପତ୍ତି ନିଆଯାଇଛି। ଏନେଇ ଡ. ପ୍ରକାଶ ଚାନ୍ଦ ଗୋଗିନେନୀ ସୂଚନା ଦେଇଛନ୍ତି ।
ଶିମିଳିପାଳ ଅୟାରଣ୍ୟରେ ବର୍ଷା ଯୋଗୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଦୁଇ ଦିନ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ କରାଯାଇଛି। ଶିମିଳିପାଳ ମଧ୍ୟରେ ପାହାଡିଆ ମାଟି ରାସ୍ତାରେ ଅଘଟଣକୁ ରୋକିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି।
ଉକ୍ତ ଦିନରେ ଶିମିଳିପାଳ ଅଭୟାରଣ୍ୟ ମଧ୍ୟକୁ କୋଣସି ଗାଡି ପ୍ରବେଶ କିମ୍ବା ପ୍ରସ୍ଥାନ କରିବ ନାହିଁ ବୋଲି ଉଲ୍ଲେଖ କରାଯାଇଛି। ଶିମିଳିପାଳରେ ପରର ସ୍ଥିତିକୁ ଦେଖି ଆଗାମୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ରାଜ୍ୟରେ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବା ପରେ ଏବେ ପାଗ ବଦଳୁଛି। ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି। ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାବେଳେ ଶନିବାର ପାଇଁ ୨୭ ଜିଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।
ଉତ୍ତର ପଶ୍ଚିମ ଓଡ଼ିଶାର ୯ ଜିଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହାସହ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ରହିବ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବା ସହ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ପଡ଼ିବ।
ଏଥିପାଇଁ କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ସମେତ ୧୮ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ତେବେ ଆସନ୍ତା ୨୪ ତାରିଖ ଯାଏ ଏଭଳି ପାଗ ରହିବ। ଏହାପରେ ପାଗ ପୁଣି ବଦଳିପାରେ ବୋଲି ପୂର୍ବାନୁମାନ କରାଯାଇଛି। କାଳବୈଶାଖୀକୁ ଦୃଷ୍ଟିରେ ରଖି ୨ ଦିନ ପାଇଁ ଶିମିଳିପାଳ ବନ୍ଦ ନିଷ୍ପତ୍ତି ନିଆଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031