Indus Valley Times

ବାହାନଗା ରେଳ ଦୁର୍ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା, ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଆଖିବୁଜିଲେ

 Breaking News

ବାହାନଗା ରେଳ ଦୁର୍ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା, ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଆଖିବୁଜିଲେ

ବାହାନଗା ରେଳ ଦୁର୍ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା, ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଆଖିବୁଜିଲେ
June 16
12:27 2023

ବାଲେଶ୍ୱର,୧୬/୬ : ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଏହି ଘଟଣାରେ ଗୁରୁତର ଭାବେ ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଆଉ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବା ପରେ ଏହି ସଂଖ୍ୟା ୨୯୦କୁ ବୃଦ୍ଧି ପାଇଛି।
ମୃତ ବ୍ୟକ୍ତିଙ୍କ ନାଁ ପ୍ରକାଶ ରାମ। ତାଙ୍କ ଘର ବିହାରରେ। ସର୍ଜରୀ ୱାର୍ଡରେ ତାଙ୍କର ଚିକିତ୍ସା ଚାଲିଥିଲା।
ଏହା ପୂର୍ବରୁ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ହୋଇଥିଲା। ବାହାନଗା ଟ୍ରେନ ଦୁର୍ଘଟଣାରେ ଘଟଣାସ୍ଥଳରେ ୨୮୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତରଖାନାରେ ୨ ଜଣଙ୍କ ଜୀବନ ଯାଇଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031