Indus Valley Times

ବିକଶିତ ଓଡ଼ିଶା ଗଠନ ହେବ, ଏହା ମୋର ଦୃଢ଼ ବିଶ୍ବାସ: ମୁଖ୍ୟମନ୍ତ୍ରୀ

 Breaking News

ବିକଶିତ ଓଡ଼ିଶା ଗଠନ ହେବ, ଏହା ମୋର ଦୃଢ଼ ବିଶ୍ବାସ: ମୁଖ୍ୟମନ୍ତ୍ରୀ

January 05
19:02 2025

ଭୁବନେଶ୍ୱର,୫/୧: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ପାଣି ପଞ୍ଚାୟତଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜପତ୍ର ଅଡିଟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ପାଣି ପଞ୍ଚାୟତଗୁଡିକୁ ସଶକ୍ତ କରି ଏଗୁଡିକୁ କୃଷି ବିପଣନ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳସେଚନ ଏବଂ କୃଷି ବୈଜ୍ଞାନିକଙ୍କ ଗବେଷଣା ସହିତ ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁ ଆଜି ଆମେ ୧୪୦ କୋଟି ଲୋକଙ୍କୁ ଖାଦ୍ୟ ଯୋଗାଇ ପାରୁଛୁ ଏବଂ ବିଦେଶକୁ ମଧ୍ୟ ରପ୍ତାନୀ କରିପାରୁଛୁ । ଏଥିପାଇଁ ଚାଷୀର ଜମିକୁ ଜଳଯୋଗାଣ ଅତ୍ୟନ୍ତ ଆବଶ୍ୟକ। ତେଣୁ ଜଳସେଚନର ସମସ୍ତ ପ୍ରକଳ୍ପକୁ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର କୃଷକମାନଙ୍କ ଜମିକୁ ପାଣି ଯୋଗାଇଦେବା ପାଇଁ ନୂଆ ଫିଲ୍ଡ ଚ୍ୟାନେଲ ନିର୍ମାଣ ସହିତ ପୁରୁଣା ଚ୍ୟାନେଲଗୁଡ଼ିକୁ କଂକ୍ରିଟ ଚ୍ୟାନେଲରେ ପରିଣତ କରିବା ପାଇଁ ନିଷ୍ପତ୍ତି ହୋଇଛି । ଚଳିତ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ମଧ୍ୟରେ ୮୦ ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୨୪୦୦ କିଲୋମିଟର ନୂତନ କଂକ୍ରିଟ କରନାଳୀ ନିର୍ମାଣ କରାଯିବ।ଏହା ସହିତ ୬୨ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୧୮୬୦ କିଲୋମିଟର ଅତି ପୁରୁଣା ଓ ଜରାଜୀର୍ଣ୍ଣ କ୍ଷେତ୍ରନାଳୀକୁ କଂକ୍ରିଟ ନାଳୀରେ ପୁନଃନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31