Legatus

ବୁଥ୍ ଭିତରେ ପଶି ଇଭିଏମ୍ ଭଙ୍ଗାରୁଜା ଘଟଣା, ପ୍ରଶାନ୍ତ ଜଗଦେବଙ୍କୁ ବାନ୍ଧିଲା ପୋଲିସ

 Breaking News

ବୁଥ୍ ଭିତରେ ପଶି ଇଭିଏମ୍ ଭଙ୍ଗାରୁଜା ଘଟଣା, ପ୍ରଶାନ୍ତ ଜଗଦେବଙ୍କୁ ବାନ୍ଧିଲା ପୋଲିସ

ବୁଥ୍ ଭିତରେ ପଶି ଇଭିଏମ୍ ଭଙ୍ଗାରୁଜା ଘଟଣା, ପ୍ରଶାନ୍ତ ଜଗଦେବଙ୍କୁ ବାନ୍ଧିଲା ପୋଲିସ
May 26
10:04 2024

ଖୋର୍ଦ୍ଧା, ୨୬/୫ : ଗିରଫ ହୋଇଛନ୍ତି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରିଛି ପୁଲିସ। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଛି। ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି।
ଗତକାଲି ଅପରାହ୍ନରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଓ ତାଙ୍କ ପତ୍ନୀ ଭୋଟ୍ ଦେବା ପାଇଁ କାଉଁରିପାଟଣା ବୁଥରେ ପହଞ୍ଚିଥିଲେ। ଏହାର କିଛି ସମୟ ପରେ ଇଭିଏମକୁ ଫିଙ୍ଗାଫୋପଡ଼ା କରାଯାଇଥିବା ନେଇ ଅଭିଯୋଗ ଉଠିଥିଲା।
ଏହି ଘଟଣାରେ ପୁଲିସ ବେଗୁନିଆରୁ ବିଧାୟକଙ୍କୁ ଉଠାଇ ନେଇ ଖୋର୍ଦ୍ଧା ରିଜର୍ଭ ପୋଲିସ କ୍ୟାମ୍ପସରେ ଅଟକ ରଖିଥିଲା। ତେବେ ସମ୍ପୃକ୍ତ ବୁଥର ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଏହି ଘଟଣାକୁ ନେଇ ବିଜେଡି ମଧ୍ୟ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଥିଲା।
ଅନ୍ୟପକ୍ଷରେ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ଉଠିଥିବା ଅଭିଯୋଗ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ଅଭିଯୋଗ କରିଥିଲେ ସ୍ଥାନୀୟ ଗ୍ରାମବାସୀ ଓ ପ୍ରତ୍ୟକ୍ଷଦର୍ଶୀ। ତେବେ ଏନେଇ ପୁଲିସର ପ୍ରତିକ୍ରିୟା ମିଳିପାରିନାହିଁ ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31