Indus Valley Times

ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି (୨୦୨୫)ଅନୁଷ୍ଠିତ

 Breaking News

ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି (୨୦୨୫)ଅନୁଷ୍ଠିତ

October 17
19:55 2025

ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟ
ମୁନିଗୁଡ଼ା,୧୭/୧୦ : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶିଶୁ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ବ୍ଲକ ସ୍ତରୀୟ ସୁରଭି ଅନୁଷ୍ଠିତ ହୋଇଯାଇଛି।
ଗୋଷ୍ଠି ଶିକ୍ଷା ଅଧିକାରୀ ଗଣେଶ ଶବରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସୁରଭି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁନିଗୁଡ଼ା ପ୍ରେସ କ୍ଲବ ସଭାପତି ରାଜୀବ ଦାସ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିବା ବେଳେ ମୂଖ୍ୟ ବକ୍ତା ଭାବେ ମୁନିଗୁଡ଼ା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧକ୍ଷ ଦୁଷ୍ମନ୍ତ ମାଝି ଯୋଗଦେଇ ସୁରଭି ଶିଶୁ ମହୋତ୍ସବ ପିଲାମାନଙ୍କ ଉନ୍ନତି ପାଇଁ ବିଭାଗ ର ଏକ ସଫଳ ପ୍ରୟାସ କହିଲେ ଅତୁକ୍ତି ହେବ ନାହିଁ ବୋଲି ବକ୍ତବ୍ୟ ପ୍ରଦାନ କରିଥଲେ।
ସେହିପରି ସମ୍ମାନୀତ ଅତିଥି ଭାବେ ମୁନିଗୁଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ଅଧ୍ୟକ୍ଷା ମିଲି ଷଣ୍ଢ, ମୁନିଗୁଡ଼ା ଅତିରିକ୍ତ ଗୋଷ୍ଠୀ ଶିକ୍ଷ୍ୟା ଅଧିକାରୀ ସୁବାଷ ଚନ୍ଦ୍ର ସିଂ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।
ମଞ୍ଚାସିନ ସମସ୍ତ ଅତିଥି ମାନଙ୍କୁ ପୁଷ୍ପ ଗୁଚ୍ଛ ସହ ଉତ୍ତରୀୟ ଦେଇ ସମ୍ମାନୀତ କରାଯାଇଥିଲା।
ଏହି ଅବସରରେ ବ୍ଲକର ୧୬ଟି କ୍ଲଷ୍ଟର ବିଭିନ୍ନ ବିଦ୍ୟାଳୟରୁ ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ ଓ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ମାନେ ଉପସ୍ଥିତ ଥିଲେ।
କ୍ଲଷ୍ଟର ସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନେ ଯୋଗଦେଇ ବକ୍ତୃତା, ଚିତ୍ରାଙ୍କନ, ସଙ୍ଗୀତ, ପ୍ରବନ୍ଧ ସହ ଅନ୍ୟାନ୍ୟ ପ୍ରତିଯୋଗୀତାରେ ଭାଗ ନେଇଥିଲେ ।
ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗୀତା ଗୁଡ଼ିକରେ ଉତୀର୍ଣ୍ଣ ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନେ ପ୍ରମାଣ ପତ୍ର ସହ ପୁରଷ୍କାର ପ୍ରଦାନ କରିଥିଲେ।
ବ୍ଲକ ସ୍ତରୀୟ ପ୍ରତିଯୋଗୀତାରେ ପ୍ରଥମସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନେ ଜିଲ୍ଲା ସ୍ତରୀୟ ସୁରଭୀ କାର୍ଯ୍ୟକ୍ରମରେ ଭାଗନେବେ ବୋଲି ବିଭାଗୀୟ ଅଧିକାରୀ ମାନେ ସୂଚନା ଦେଇଥିଲେ। କାର୍ଯ୍ୟକ୍ରମରେ ବରିଷ୍ଠ ଶିକ୍ଷକ ଅକ୍ଷୟ କୁମାର ରଥ ଓ ଶିକ୍ଷକ ସୁବାଷ ଖୋରା ମଞ୍ଚ ପରିଚାଳନା କରିଥିଲେ ।
ସେହିପରି କାର୍ଯ୍ୟକ୍ରମରେ ମୁନିଗୁଡ଼ା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିବା ବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁବାଷ ସିଂ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031