Indus Valley Times

ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ, ଆୟଠୁ ଅଧିକ ରଖିଥିଲେ, ଘରେ ପଶିଲା ଭିଜିଲାନ୍ସ

 Breaking News

ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ, ଆୟଠୁ ଅଧିକ ରଖିଥିଲେ, ଘରେ ପଶିଲା ଭିଜିଲାନ୍ସ

August 18
11:28 2025

ଭୁବନେଶ୍ୱର, ୧୮/୮ : ପୁଣି ଭିଜିଲାନ୍ସ ଜାଲରେ ପଡିଲେ ଆଉ ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ ।
ଉକ୍ତ ବାବୁ ଜଣକ ହେଉଛନ୍ତି ଅନୁଗୁଳରେ କାର୍ଯ୍ୟରତ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା । ଭୁବନେଶ୍ୱର, ରାଉରକେଲା ସୁନ୍ଦରଗଡ଼, ଅନୁଗୁଳ ଓ ଗଞ୍ଜାମରେ ୮ ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ଜାରି ରହିଛି।
ଅନୁଗୁଳର ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ନାମରେ ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି ।
ମାନ୍ୟବର ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ସୁନ୍ଦରଗଡ଼ଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଇଛି । ଏହି ଚଢ଼ାଉରେ ୩ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୪ଜଣ ଏଏସ୍‌ଆଇ ଓ ଅନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି । ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି।
ସୁନ୍ଦରଗଡ଼ ଜିଲ୍ଲା ସୁନ୍ଦରଗଡ଼ରେ ଅବସ୍ଥିତ ତିନି ମହଲା କୋଠା, ରାଉରକେଲାର ଗୋପବନ୍ଧୁ ନଗରର ଛେଣ୍ଡ, ଏମ/୨୦ରେ ଅବସ୍ଥିତ ଦୁଇ ମହଲା ବିଶିଷ୍ଟ କୋଠା, ଭୁବନେଶ୍ୱରର ଘଟିକିଆରେ, ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ପିଏସ୍, ରାଞ୍ଝାଲି ଗ୍ରାମରେ ତାଙ୍କ ପୈତୃକ ଘର, ଶ୍ୱଶୁର ଘର, ଅନୁଗୁଳର ସରକାରୀ କ୍ୱାର୍ଟର, ସରକାରୀ କାର୍ଯ୍ୟଳୟରେ ତନାଘନା ଯାଞ୍ଚ କରାଯାଉଛି । ଏ ପର୍ଯ୍ୟନ୍ତ କେତେ ସମ୍ପତ୍ତି ଜବତ ହୋଇଛି । ତାହାର କୌଣସି ସୂଚନା ମିଳିନାହିଁ ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930