Indus Valley Times

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

 Breaking News

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

May 19
19:21 2024

ଭୁବନେଶ୍ୱର, ୧୯/୫: ଭୁବନେଶ୍ୱରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଉ ଭୁବନେଶ୍ୱର ବିମାନବନ୍ଦରରୁ ସେ ସିଧା ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯିବେ । କାର୍ଯ୍ୟାଳୟ ପରିସରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ରାଜ୍ୟ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ। ରାଜଭବନରେ ରାତ୍ରୀଯାପନ କରିବେ।
୨୦ ତାରିଖରେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ନେବେ। ପରେ ଏକ ରୋଡ୍ ସୋ’ରେ ସାମିଲ ହେବେ। ସକାଳ ସାଢ଼େ ୯ଟାରେ ଅନୁଗୁଳ ଓ ସାଢ଼େ ୧୧ଟାରେ କଟକ ଜିଲ୍ଲା ପଡ଼ିଆରେ ଜନସଭାକୁ ସମ୍ବୋଧିତ କରିବେ।
ଯାହାକୁ ନେଇ ବିଜେପି ଶିବିରରେ ଉତ୍ସାହର ମାହୋଲ ଦେଖିବାକୁ ମିଳିଛି । ଆଜି ରାତ୍ରିଯାପନ ପରେ ଆସନ୍ତାକାଲି ପୁରୀରେ ରୋଡ୍ ଶୋ କରିବେ ପ୍ରଧାନମନ୍ତ୍ରୀ । ଗସ୍ତ ପୂର୍ବରୁ ବଡଦାଣ୍ଡରେ ସୁରକ୍ଷା ବ୍ୟବସ୍ଥା କଡାକଡି ହୋଇଛି । ମୋଦୀଙ୍କ ପୂଜାର୍ଚ୍ଚନାର ଘଂଟାଏ ପୂର୍ବରୁ ବନ୍ଦ ରହିବ ସାଧାରଣ ଦର୍ଶନ । ଏହାପରେ ସକାଳ ୮ ଟା ରୁ ୯ଟା ଯାଏଁ ରହିଛି ରୋଡ ଶୋ ।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30