Indus Valley Times

ଭୁବନେଶ୍ୱରରେ ବଢ଼ୁଛି ଡେଙ୍ଗୁର ଆତଙ୍କ: ଗୋଟିଏ ଦିନରେ ୫୦ ଆକ୍ରାନ୍ତ ଚିହ୍ନଟ

 Breaking News

ଭୁବନେଶ୍ୱରରେ ବଢ଼ୁଛି ଡେଙ୍ଗୁର ଆତଙ୍କ: ଗୋଟିଏ ଦିନରେ ୫୦ ଆକ୍ରାନ୍ତ ଚିହ୍ନଟ

August 04
11:12 2021

ଭୁବନେଶ୍ୱର,୪/୮ : ରାଜଧାନୀରେ କରୋନା କୋପ କମୁ ନ ଥିବା ବେଳେ ଦିନକୁ ଦିନ ବେକାବୁ ହେବାରେ ଲାଗିଛି ଡେଙ୍ଗୁ । ନୂଆ ନୂଆ ଅଞ୍ଚଳରୁ ପୁଳା ପୁଳା ଡେଙ୍ଗୁ ରୋଗୀ ବାହାରୁଥିବା ବେଳେ ଏହା ବିଏମସି ପାଇଁ ଏକ ଚ୍ୟାଲେଞ୍ଜ ଭାବେ ଛିଡ଼ା ହୋଇଛି। ଗତକାଲି ଗୋଟିଏ ଦିନରେ ଭୁବନେଶ୍ୱରରେ ୫୦ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧୪କୁ ବୃଦ୍ଧି ପାଇଛି।
ଡେଙ୍ଗୁ ପ୍ରକୋପକୁ ରୋକିବା ପାଇଁ ବିଏମ୍ସି ସଫେଇ ଓ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିଛି । ଏବେ ଶୈଳଶ୍ରୀବିହାର ଓ ନିଳାଦ୍ରୀ ବିହାରକୁ ବାଦ୍ ଦେଇ ମଧ୍ୟ ଏକାଧିକ ସ୍ଥାନରୁ ବହୁ ସଂଖ୍ୟାରେ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି, ଯାହାକି ବିଏମ୍ସି ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି।
ବିଏମ୍ସି ପକ୍ଷରୁ ଡେଙ୍ଗୁ ଜ୍ୱର ପାଇଁ ଏକାଧିକ ସତର୍କ ସୂଚନା ଜାରି କରାଯାଇଛି। ଦିନକ ଭିତରେ ୬ ହଜାରରୁ ଅଧିକ ଘର ବୁଲି ୨୫ ହଜାର ୯ ଶହରୁ ଅଧିକ ଲୋକଙ୍କ ତଥ୍ୟ ସଂଗ୍ରହ କରାଯାଇଛି ।
ଜ୍ୱର ସହ ମୁଣ୍ଡ, ହାତ ବିନ୍ଧା, ଦେହରେ ଲାଲ ଦାଗ, ବାନ୍ତି ଓ ମୁଣ୍ଡ ବିନ୍ଧା ହେଉଛି ଡେଙ୍ଗୁର ଲକ୍ଷଣ। ତେଣୁ ଏପରି ଲକ୍ଷଣ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରିବାକୁ କୁହାଯାଇଛି।
ଏହା ସହିତ ମଶା ବୃଦ୍ଧିର ଆଶଙ୍କା ଥିବା ପ୍ରାୟ ୩ ହଜାର ସ୍ଥାନରେ ସଫେଇ କରାଯାଇଛି । ୮୧୫ ସ୍ଥାନରେ ଏଡିସ୍ ମଶାର ଲାର୍ଭାକୁ ନଷ୍ଟ କରାଯାଇଥିବା ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି ।
ଘରେ ମଧ୍ୟ ସଫେଇ ପରି ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି। ଘରେ ପାଣି ରଖିଥିବା ପାତ୍ର, ଟାଙ୍କି ଓ କୁଲରକୁ ୨ରୁ ୩ ଦିନରେ ଥରେ ସଫା କରି ପାଣି ବଦଳାଇବାକୁ କୁହାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031