Indus Valley Times

ମୁର୍ଶୁଣ୍ଢ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଶିଶୁ କଥା ଦିବସ ଓ ବର୍ଣ୍ଣବୋଧ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ମୁର୍ଶୁଣ୍ଢ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଶିଶୁ କଥା ଦିବସ ଓ ବର୍ଣ୍ଣବୋଧ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

April 07
20:55 2026

ବୌଦ୍ଧ , ୭/୪ : (ମଙ୍ଗଳବାର) ଦିନ ସକାଳ ୯ ଘଟିକା ସମୟରେ ବୌଦ୍ଧ ବ୍ଲକ ମୁର୍ଶୁଣ୍ଢ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଶିଶୁ କଥା ଦିବସ ଓ ବର୍ଣ୍ଣବୋଧ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ।
ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ୍ ଦୁବେଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ଜ଼ିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସାଗରୀକା ଦତ୍ତ, ଜ଼ିଲ୍ଲା ସଂସ୍କୃତି ଅଧିକାରୀ ଅଙ୍କିତା ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯୁଗଳ କିଶୋର ବିଶ୍ଵାଳ, ବ୍ଲକ ଶିକ୍ଷା ଅଧିକାରୀ ଉପେନ୍ଦ୍ର କୁମାର ପ୍ରଧାନ, ସି ଡି ପି ଓ, ବୌଦ୍ଧ ୱାହିଦା ବେଗମ,ସମସ୍ତ ପ୍ରୋଗ୍ରାମ ଅଫିସର, ସୁପରଭାଇଜର, ଅଙ୍ଗନବାଡି କର୍ମୀ ପ୍ରମୁଖ ଯୋଗ ଦେଇଥିଲେ ।
ଉକ୍ତ ଅବସରରେ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ନାୟକ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ସହ ବାର୍ତ୍ତାଳାପ କରିଥିଲେ ଏବଂ ସମସ୍ତ ଅତିଥି ବୃନ୍ଦ ସେମାନଙ୍କୁ ବର୍ଣ୍ଣବୋଧ ବଣ୍ଟନ କରିଥିଲେ ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31