ରାଜଧାନୀ ଭୁବନେଶ୍ୱରରେ ଗତ ୨୪ ଘଣ୍ଟାରେ ୩୧୪ ଜଣ ନୂଆ ସଂକ୍ରମିତ ଚିହ୍ନଟ
July 10
20:17
2021
ଭୁବନେଶ୍ବର ୧୦/ ୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୧୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୬୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୪୯ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୩, ୩୯୧ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୯୧,୬୭୯ ଜଣ ସୁସ୍ଥ ହୋଇସାରିଛନ୍ତି । ୫୦୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧୮୮ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୩୩୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୩୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।