ରାଜ୍ୟରେ ଆଉ ୪୦୭ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ,୫ମୃତ
ଭୁବନେଶ୍ବର,୧୬/୧୨: ରାଜ୍ୟରେ ବୁଧବାର ଦିନ ଆଉ ୪୦୭ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୫ଜଣଙ୍କର ମୃତ୍ୟୁ ଘଟିଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହେଉଥିବା ବେଳେ ୧୭୧ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ଫଳରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୭୯୬ରେ ପହଞ୍ଚିଛି ଥିଲା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧୮୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୪ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୨୦ ଜଣ, ବୌଦ୍ଧରୁ ଜଣେ, କଟକରୁ ୨୫ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍ସିଂହପୁରରୁ ୬ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୯ ଜଣ, କେନ୍ଦୁଝରରୁ ୬ ଜଣ, ଖୋର୍ଦ୍ଧାରୁ ୪୬ ଜଣ, କେରାପୁଟରୁ ୭ ଜଣ, ମାଲକାନଗିରିରୁ ୪ ଜଣ, ମୟୂରଭଞ୍ଜରୁ ୨୪ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୮ ଜଣ, ସମ୍ବଲପୁରରୁ ୨୬ ଜଣ, ସୁନ୍ଦରଗଡ଼ରୁ ୬୨ ଜଣ ଓ ଷ୍ଟେଟ୍ ପୁଲ୍ରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପଟେ କରୋନାରେ ପୁଣି ୫ ଜଣଙ୍କର ମୃତ୍ୟୁ ଘଟିଛି।
୫ ମୃତକଙ୍କ ମଧ୍ୟରୁ ଅନୁଗୋଳ, ବାଲେଶ୍ବର, ବଲାଙ୍ଗୀର, କଟକ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।