Indus Valley Times

ରାଜ୍ୟରେ ଆଗାମୀ ଚାରି ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ଜାରି ରହିବା ସମ୍ଭାବନା

 Breaking News

ରାଜ୍ୟରେ ଆଗାମୀ ଚାରି ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ଜାରି ରହିବା ସମ୍ଭାବନା

ରାଜ୍ୟରେ ଆଗାମୀ ଚାରି ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ଜାରି ରହିବା ସମ୍ଭାବନା
April 18
10:53 2025

ଭୁବନେଶ୍ୱର, ୧୮/୪: ରାଜ୍ୟରେ ଆଗାମୀ ଚାରି ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ଜାରି ରହିବା ସମ୍ଭାବନା ଅଛି। ୨୧ ଏପ୍ରିଲ ପର୍ଯ୍ୟନ୍ତ ଘଡ଼ଘଡ଼ି, ବଜ୍ରପାତ ଏବଂ ବର୍ଷା ଜାରି ରହିବା ସମ୍ଭାବନା ଅଛି। ଅନେକ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯିବ।
ବାଲେଶ୍ୱର, ଭଦ୍ରକ ଏବଂ ମୟୂରଭଞ୍ଜ ସମେତ ପ୍ରାୟ ୧୫ଟି ଜିଲାରେ ୪୦ ରୁ ୫୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପ୍ରବଳ ବର୍ଷା ହେବ। ଆଇଏମଡି ଦ୍ୱାରା ମାଲକାନଗିରି ଏବଂ କୋରପୁଟରେ ୟେଲୋ ଆଲର୍ଟ ଜାରି କରାଯାଇଛି। ଆଗାମୀ ତିନି ଦିନ ପର୍ଯ୍ୟନ୍ତ ଦିନର ତାପମାତ୍ରା ସମାନ ରହିବାର ସମ୍ଭାବନା ଅଛି। ଫଳସ୍ୱରୂପ, ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ।
ସୁନ୍ଦରଗଡ଼,ନବରଙ୍ଗପୁର, ମାଲକାନଗିରି, ଗଜପତି, ରାୟଗଡା, ଢେଙ୍କାନାଳ, କନ୍ଧମାଳ, ଗଞ୍ଜାମ, ରାୟଗଡା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, କଟକ, ଅନୁଗୁଳ ଏବଂ କୋରାପୁଟ ଜିଲ୍ଲାର ବିଜୁଳି ଘଡଘଡି ସହ ବର୍ଷା ପବନ ୪୦ ରୁ ୫୦ କିମି ତଥା ମୟୁରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଗଞ୍ଜାମ, ଏବଂ ବଲାଙ୍ଗୀର ଜିଲ୍ଲରେ କୁଆପଥର ବର୍ଷା ସମ୍ଭାବନା।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031