Indus Valley Times

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି; ଆଗୁଆ ଖରା ଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମନ୍ତ୍ରୀ

 Breaking News

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି; ଆଗୁଆ ଖରା ଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମନ୍ତ୍ରୀ

April 22
18:46 2025

ଭୁବନେଶ୍ୱର,୨୨/୪: ରାଜ୍ୟରେ ଅସହ୍ୟ ହେଉଛି ତାତି। ତେଣୁ କେବେ ସ୍କୁଲ ଛୁଟି ଘେଷଣା ହେବ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି ନିଆଯିବ ।
ଆଗୁଆ ଖରା ଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛି ବୋଲି ସେ କହିଛନ୍ତି।
ରାଜ୍ୟରେ ଚଳିତବର୍ଷ ପ୍ରଥମ ଥର ପାଇଁ ୪୫ ଟପିଛି ତାତି। ଗତ ଦୁଇଦିନ ହେଲା ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଛି। ସୋମବାର ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ରେକର୍ଡ ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ରେକର୍ଡ ହୋଇଥିଲା ବେଳେ ଏହା ପଛକୁ ସମ୍ବଲପୁର ୪୩, ହୀରାକୁଦ ୪୨.୪, ରାଉରକେଲା ୪୨, କେନ୍ଦୁଝର ୩୮.୩, ଚାନ୍ଦବାଲି ୩୮.୨, ବାଲେଶ୍ୱର ୩୭, ଭୁବନେଶ୍ୱର ୩୬ ରହିଥିଲା।
ମଙ୍ଗଳବାରଠାରୁ ରାଜ୍ୟରେ ଆହୁରି ତାପମାତ୍ରା ବୃଦ୍ଧି ପାଇଛି। ଏଥିପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ବଲାଙ୍ଗୀର ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଛି।
ସେହିପରି ବୁଧବାର ପାଇଁ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ନୂଆପଡା, ସୋନପୁର ଏ ବୌଦ୍ଧ ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଥିଲା ବେଳେ ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ଆଦ୍ରତା ଅନୁଭବ ହେବା ନେଇ ଆଲର୍ଟ ଜାରି କରାଯାଇଛି।
ଗୁରୁବାର ଏବଂ ଶୁକ୍ରବାର ମଧ୍ୟ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ନୂଆପଡା, ଅନୁଗୋଳ, ସୋନପୁର ଏବଂ ବୌଦ୍ଧ ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଥିଲା ବେଳେ ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ଆଦ୍ରତା ଅନୁଭବ ହେବା ନେଇ ଆଲର୍ଟ ଜାରି କରାଯାଇଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930