Indus Valley Times

ରାଜ୍ୟରେ ବଢ଼ିବ ତାତି, ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆରସି

 Breaking News

ରାଜ୍ୟରେ ବଢ଼ିବ ତାତି, ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆରସି

ରାଜ୍ୟରେ ବଢ଼ିବ ତାତି, ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆରସି
March 10
10:26 2025

ଭୁବନେଶ୍ୱର, ୧୦/୩ : ରାଜ୍ୟରେ ଆଜିଠୁ ବଢିବ ତାତି । ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ୍ ବଢ଼ିପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ତାତି ୪୦ ଡିଗ୍ରୀ ଟପିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
କିନ୍ତୁ ୫ ଦିନ ପରେ ତାପମାତ୍ରା ପୁଣି ଥରେ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହାକୁ ଦୃଷ୍ଟିରେ ରଖି ମୁକାବିଲା ପାଇଁ ପ୍ରସ୍ତୁତି କରାଯାଇଛି । ଏନେଇ ଝଜଉ ପକ୍ଷରୁ ଆଡଭାଇଜରି ଜାରି ହୋଇଛି ।
ରବିବାର ବୌଦ୍ଧ ସବୁଠୁ ତତଲା ପାଲଟିଥିଲା । ଏଠାରେ ଦିନ ତାପମାତ୍ରା ୩୮.୫ ଡିଗ୍ରୀ ରେକର୍ଡ ହୋଇଥିଲା । ଟିଟିଲାଗଡ଼ରେ ୩୮, ଝାରସୁଗୁଡ଼ା ଓ ବଲାଙ୍ଗୀରରେ ୩୭.୪, ସୋନପୁରରେ ୩୭.୨, ଭବାନୀପାଟଣାରେ ୩୭ ଡିଗ୍ରୀ ରେକର୍ଡ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ୩୪ଡିଗ୍ରୀ ଓ କଟକରେ ୩୩ ଡିଗ୍ରୀ ରହିଥିଲା ।
ସୁନ୍ଦରଗଡ଼ରେ ୪୦ଡିଗ୍ରୀ, ଢେଙ୍କାନାଳ, ସମ୍ବଲପୁର, ରାଉରକେଲା ଓ ନୂଆପଡ଼ା, ପାରଳାଖେମୁଣ୍ଡିରେ ତାପମାତ୍ରା ୩୯ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୨ ତାରିଖରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031