Indus Valley Times

ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫ କେଜି ଚାଉଳ, ଜିଲାପାଳମାନଙ୍କୁ ଯୋଗାଣ ବିଭାଗର ଚିଠି

 Breaking News

ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫ କେଜି ଚାଉଳ, ଜିଲାପାଳମାନଙ୍କୁ ଯୋଗାଣ ବିଭାଗର ଚିଠି

ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫ କେଜି ଚାଉଳ, ଜିଲାପାଳମାନଙ୍କୁ ଯୋଗାଣ ବିଭାଗର ଚିଠି
October 24
15:52 2025

ଭୁବନେଶ୍ୱର, ୨୪/୧୦ : ଏଣିତି ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ। ଏନେଇ ୧୯ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି।
ଅତିରିକ୍ତ ଚାଉଳ ବଣ୍ଟନ ଶେଷ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ରାସନ କାର୍ଡଧାରୀଙ୍କୁ ୫କେଜି ଅଧିକ ଚାଉଳ ମିଳିବ। ୧୯ ଜିଲ୍ଲାରେ ମୋଟ ୨ କୋଟି ୪୦ଲକ୍ଷ ହିତାଧିକାରୀ ଏଥିରେ ଉପକୃତ ହେବେ।
ତେବେ ଅଧିକ ୫କେଜି ଚାଉଳ ମିଳିବା ନେଇ ଅନୁଗୁଳ, ବାଲେଶ୍ୱର, ବରଗଡ, ଭଦ୍ରକ, କଟକ, ଦେଓଗଡ, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, କେନ୍ଦ୍ରାପଡା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ ଜିଲାପାଳଙ୍କୁ ଚିଠି ଲେଖିଛି ଯୋଗାଣ ବିଭାଗ।
ନଭେମ୍ବର ୧୦ ତାରିଖ ସୁଦ୍ଧା ବଣ୍ଟନ ସାରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ମିଳିବ ଏହି ଲାଭ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031