Indus Valley Times

ରାସନକାର୍ଡ ପାଇବେ ଆଉ ୮ଲକ୍ଷ ହିତାଧିକାରୀ !

 Breaking News

ରାସନକାର୍ଡ ପାଇବେ ଆଉ ୮ଲକ୍ଷ ହିତାଧିକାରୀ !

July 24
19:41 2024

ଭୁବନେଶ୍ୱର,୨୪/୭ : ମାସେ ଭିତରେ ନୂଆ ହିତାଧିକାରୀ ରାଶନ କାର୍ଡ ପାଇବେ। ଏନେଇ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାଶନ କାର୍ଡ ପାଇପାରନ୍ତି। ଏଥିସହ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ ପ୍ରକ୍ରିୟା ବି ଆରମ୍ଭ ହୋଇଛି। ବର୍ତ୍ତମାନ KYC ଅପଡେଟ କରାଯାଉଛି।
ରାଜ୍ୟରେ ୧୪ ଲକ୍ଷ ୫୦ ହଜାର ମୃତ ହିତାଧିକାରୀଙ୍କ ନାମରେ ରାଶନ ହଡ଼ପ ହେଉଥିଲା। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସେସବୁ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ସ୍ଥାନରେ ନୂତନ ହିତାଧିକାରୀଙ୍କୁ ସାମିଲ କରାଯିବ ବୋଲି ଯୋଗାଣ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଥିଲେ।
ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନଏଫଏସଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ନୂଆ ରାଶନ କାର୍ଡ ପାଇବା ପାଇଁ ପାୟ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀ ଆବେଦନ କରିଥିବା ସୂଚନା ମିଳିଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031