Indus Valley Times

ଲଗାଣ ବର୍ଷା ଜନିତ ପରିସ୍ଥିତି ଓ ମହାନଦୀ ଜଳ ସ୍ତର ଅନୁଧ୍ୟାନ କଲେ ବୌଦ୍ଧ ଜିଲ୍ଲାପାଳ

 Breaking News

ଲଗାଣ ବର୍ଷା ଜନିତ ପରିସ୍ଥିତି ଓ ମହାନଦୀ ଜଳ ସ୍ତର ଅନୁଧ୍ୟାନ କଲେ ବୌଦ୍ଧ ଜିଲ୍ଲାପାଳ

July 29
19:41 2026

କମ୍ଭୁଧର କ୍ଷେତିଙ୍କୁ ରିପୋର୍ଟ
ବୌଦ୍ଧ, ୨୮/୭: ବୌଦ୍ଧ ଜିଲ୍ଲାରେ ଗତ କାଲିଠାରୁ ଲଗାଣ ବର୍ଷା ହେଉଥିବାରୁ ବହୁ ଅଞ୍ଚଳରେ ପାଣି ଜମିଯାଇଛି ଏବଂ ମହାନଦୀର ଜଳସ୍ତର ବୃଦ୍ଧି ପାଇଛି। ଏହି ପରିସ୍ଥିତିରେ ବୌଦ୍ଧ ଜିଲ୍ଲାପାଳ ନିଜେ ମହାନଦୀକୂଳ ଅଞ୍ଚଳକୁ ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିଥିଲେ।
ସେ ତଳଗାଁ ରାସ୍ତାରେ କରଡ଼ି, ମଥୁରା, ରାଧାନଗର ଇତ୍ୟାଦି ଅଞ୍ଚଳ ଗସ୍ତ କରି ସ୍ଥାନୀୟ ଲୋକମାନଙ୍କ ସହ ଆଲୋଚନା କରିଥିଲେ। ନଦୀକୂଳ ଅଞ୍ଚଳର ଲୋକମାନେ ନଦୀରେ କୁମ୍ଭୀର ଥିବା ବିଷୟ ଉଲ୍ଲେଖ କରିବା ପରେ ଜିଲ୍ଲାପାଳ ବନ ବିଭାଗକୁ ସତର୍କ ରହିବା ଏବଂ ନିରନ୍ତର ନଜର ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ବନ୍ୟା ପରିସ୍ଥିତିରେ ନଦୀକୁ ଗାଧୋଇବା କିମ୍ବା ମାଛ ଧରିବା ପାଇଁ ନଯିବାକୁ ସେମାନଙ୍କୁ ବୁଝାଇଥିଲେ ।
ଇରିଗେସନ କଲୋନି ନିକଟସ୍ଥ ନଦୀ ବନ୍ୟା ମାପ ଯନ୍ତ୍ରକୁ ମଧ୍ୟ ପରିଦର୍ଶନ କରି ଯନ୍ତ୍ରୀମାନଙ୍କୁ ନିୟମିତ ଭାବେ ଜଳସ୍ତର ରିପୋର୍ଟ ପ୍ରଦାନ କରିବାକୁ କହିଥିଲେ।ସନ୍ଧ୍ୟାରେ ଜିଲ୍ଲାପାଳ ଆଭାସୀ ମାଧ୍ୟମରେ ସମସ୍ତ ବିଡ଼ିଓ, ତହସିଲଦାର ଏବଂ ପ୍ରଶାସନର ବରିଷ୍ଠ ଅଧିକାରୀମାନଙ୍କ ସହ ଏକ ବୈଠକରେ ଯୋଗଦେଇ ପରିସ୍ଥିତିର ସମୀକ୍ଷା କରିଥିଲେ। ବିଡ଼ିଓ ଏବଂ ତହସିଲଦାରମାନଙ୍କୁ ଯେଉଁଠି ଘର ଭାଙ୍ଗିଯାଇଛି ସେଠାର ଲୋକମାନଙ୍କୁ ତତ୍‌କ୍ଷାଣାତ ନିକଟସ୍ଥ ସ୍କୁଲରେ ଥଇଥାନ କରି ସେମାନଙ୍କର ଖାଦ୍ୟ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ କହିଥିଲେ।
ନଦୀରେ ଗାଧୋଇବା ଏବଂ ମାଛ ଧରିବା ପାଇଁ ଏହି ସମୟରେ ନଯିବାକୁ ଜନସାଧାରଣଙ୍କୁ ସଚେତନତା ବାର୍ତ୍ତା ଦିଆଯାଇଥିଲା।
୨୪ଙ୍ଘ୭ ଜିଲ୍ଲାର ସମସ୍ତ କଣ୍ଟ୍ରୋଲ ରୁମ ଖୋଲା ରଖିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ କହିଥିଲେ ଯେ, ଲଗାଣ ବର୍ଷା ଯୋଗୁଁ ଘର ଭାଙ୍ଗିବା ପରିସ୍ଥିତିରେ ପୋଲିସ ଏବଂ ଚିକିତ୍ସା ବାହିନୀ ସବୁବେଳେ ସତର୍କ ରହିବେ। ଗଛ ଭାଙ୍ଗି ରାସ୍ତା ଅବରୋଧ ହେଲେ ଅଗ୍ନିଶମ ଓ ଓଡ୍ରାଫ୍ଟ ଟିମ୍ ତୁରନ୍ତ ରାସ୍ତା ସଫା କରିବେ ।
ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ସତର୍କ ରହିବା ପାଇଁ ଜିଲ୍ଲପାଳ ନିର୍ଦ୍ଦେଶ ଦେଇଛନ୍ତି । କୌଣସି ଆପାଦ କାଳୀନ ପରିସ୍ଥିତିରେ ସହାୟତା ପାଇଁ ଜିଲ୍ଲାର ବିଭିନ୍ନ କଣ୍ଟ୍ରୋଲ ରୁମ୍ ନମ୍ବର ଜାରି କରାଯାଇଛି ।
ଜରୁରୀ ଆବଶ୍ୟକତା ପଡ଼ିଲେ ଜନସାଧାରଣ ଜିଲ୍ଲା ନିୟନ୍ତ୍ରଣ କକ୍ଷର ଫୋନ୍ ୦୬୮୪୧-୨୨୨୦୨୩ କିମ୍ବା ମୋବାଇଲ୍ ୭୩୨୮୦୫୩୧୧୩ ନମ୍ବରରେ ଯୋଗାଯୋଗ କରିପାରିବେ।
ସେହିପରି ସ୍ୱାସ୍ଥ୍ୟ ବିଭାଗ ନ ୯୪୩୯୯୯୦୯୯୬ ଟିପିଏସଓଡିଏଲ୍ ନ୯୪୩୭୯୫୯୯୦୫ ବୌଦ୍ଧଗଡ଼ ଏନ୍‌ଏସି ନ ୮୦୯୩୮୦୨୪୫୪, ତହସିଲ କଣ୍ଟ୍ରୋଲ ରୁମ୍ ବୌଦ୍ଧ ନ ୯୩୩୭୫୧୧୫୬୪ ହରଭଙ୍ଗା ନ ୭୦୦୮୦୩୩୦୩୫
ଓ କଣ୍ଟାମାଳ ନ ୭୯୯୧୦୦୫୮୪୪
ଏବଂ ଅଗ୍ନିଶମ ବିଭାଗର ନିୟନ୍ତ୍ରଣ କକ୍ଷ ନମ୍ବର ୬୩୭୦୫୦୩୭୫୯ ରେ ଯୋଗାଯୋଗ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031