Indus Valley Times

ଲାଲ ଗଡ଼ରେ ଗର୍ଜିଲା ଗୁଳି: ଜଣେ ମାଓବାଦୀ ନିପାତ, ଜଣେ ଯବାନ ଗୁରୁତର

 Breaking News

ଲାଲ ଗଡ଼ରେ ଗର୍ଜିଲା ଗୁଳି: ଜଣେ ମାଓବାଦୀ ନିପାତ, ଜଣେ ଯବାନ ଗୁରୁତର

November 21
11:23 2024

ମାଲକାନଗିରି,୨୧/୧୧: ମାଲକାନଗିରିରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁରୁବାର ଗୁଳିବିନିମୟ ହୋଇଛି । ମାଲକାନଗିରି ଜିଲା ଏମ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ଏହି ଗୁଳି ବିନିମୟ ହୋଇଛି।
ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ନିହତ ହୋଇଥିବା ବେଳେ ଦୁଇ ମାଓବାଦୀଙ୍କୁ କାବୁ କରିଛନ୍ତି ଯବାନ । ସେପଟେ ମାଓବାଦୀଙ୍କ ଗୁଳିରେ ଜଣେ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ଆହତ ଯବାନଙ୍କ ନାମ ଡମ୍ବରୁ ବଡନାୟକ । ତାଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନାଥାଉ କି, ଦୀର୍ଘଦିନ ପରେ ମାଲକାନଗିରି ଜିଲାରେ ବଡ଼ ଧରଣର ଗୁଳିବିନିମୟ ଘଟିଛି। ମାଲକାନଗିରି ଜିଲା ମଧ୍ୟକୁ ବାହାର ରାଜ୍ୟରୁ ମାଓବାଦୀ ପଶିବାକୁ ଉଦ୍ୟମ ବେଳେ ଡିଭିଏଫ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଏହି ଗୁଳିବିନିମୟ ଘଟିଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ ଜିଲାର କାଲିମେଳା ବ୍ଲକରେ ଥିବା ଜିନେଲଗୁଡା ଜଙ୍ଗଲ ଦେଇ କିଛି ମାଓବାଦୀ ଜିଲ୍ଲା ମଧ୍ୟକୁ ପଶିବାକୁ ଉଦ୍ୟମ କରୁଥିବା ବେଳେ ଏହି ଖବର ପାଇ ଅଞ୍ଚଳରେ ଡିଭିଏଫ ଯବାନ ମାନେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ।
ତେବେ ବିଳମ୍ବିତ ରାତିରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ସାମ୍ନା ସାମ୍ନି ହେବା ସହ ଗୁଳିବିନିମୟ ହୋଇଥିଲା। ଯେଉଁଥିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସେହିପରି ଜଣେ ଡିଭିଏଫ ଯବାନ ଏହି ଗୁଳିବିନିମୟରେ ଆହତ ହୋଇଥିବା ବେଳେ ତାଙ୍କ ନାମ ଡମ୍ବୁରୁ ବଡ଼ ନାୟକ ବୋଲି ଜଣା ପଡ଼ିଛି। ଏହା ସହ ଦୁଇଜଣ ମାଓବାଦୀ ଯବାନଙ୍କ ଦ୍ୱାରା ଗିରଫ ହୋଇଥିବା ବେଳେ ବର୍ତ୍ତମାନ ମଧ୍ୟ ଅଞ୍ଚଳରେ ତଲାସୀ ଅଭିଯାନ ଜାରି ରହିଥିବା ନେଇ ସୂଚନା ମିଳିଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930