Indus Valley Times

ଶିମିଳିପାଳରେ ହେବ କଳାବାଘ ସଫାରୀ

 Breaking News

ଶିମିଳିପାଳରେ ହେବ କଳାବାଘ ସଫାରୀ

January 24
17:24 2024

ଭୁବନେଶ୍ବର,୨୪/୧ : ଶିମିଳିପାଳ ଅଭୟାରଣ୍ୟରେ କଳାବାଘ ସଫାରୀ ହେବ। ପର୍ଯ୍ୟଟକମାନଙ୍କୁ ସଫାରୀ ଭିତରେ କଳାବାଘ ଦେଖିବାର ନିଆର ସୁଯୋଗ ମିଳିବ। ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ନେବାକୁ ଯାଉଛନ୍ତି।
ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏହି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୟୂରଭଂଜ ଜିଲ୍ଲାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପରିସରରେ କଳାବାଘ ସଫାରୀ କରାଯିବ। ପର୍ଯ୍ୟଟକ ଓ ଦର୍ଶକମାନେ ଏହି ବିରଳ ପ୍ରଜାତିର ବାଘମାନଙ୍କୁ ଦେଖିବାର ସୁଯୋଗ ପାଇପାରିବେ।
ଗତ ନଭେମ୍ବର ମାସରେ ପିସିସିଏଫ୍(ବନ୍ୟପ୍ରାଣୀ) ସୁଶାନ୍ତ ନନ୍ଦ ‘ଏକ୍ସ’ ମାଧ୍ୟମରେ ସୂଚନା ଦେଇଥିଲେ ଯେ, ଓଡ଼ିଶାର ଜଙ୍ଗଲରେ କଳାବାଘ ଅଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବାଘ ଗଣନା ସମୟରେ କ୍ୟାମେରା ଟ୍ରାପ୍ରେ କଳା ରଙ୍ଗର ଏକ କଲରାପତରିଆ ବାଘ ଦେଖିବାକୁ ମିଳିଛି। କିନ୍ତୁ ସେ କେଉଁ ଜଙ୍ଗଲ ଓ କେଉଁ ଜିଲ୍ଲାରେ ଏଭଳି ବିରଳ ପ୍ରଜାତିର ବାଘ ଦେଖିବାକୁ ମିଳିଛି ସେନେଇ ପିସିସିଏଫ୍ କୌଣସି ସ୍ପଷ୍ଟ କରି ନଥିଲେ।
ମାତ୍ର ଡିସେମ୍ବର ୨୨ ତାରିଖ ଦିନ ‘ଇଣ୍ଡିଆ ଫରେଷ୍ଟ୍ ସର୍ଭିସ୍ ଅଫିସର୍’ ପ୍ରବୀଣ କସ୍ବାଂ ‘ଏକ୍ସ୍’ରେ ସେୟାର୍ କରିଥିବା ଓଡ଼ିଶାର ଶିମିଳିପାଳରେ ଉଠାଯାଇଥିବା କେତେକ ଦୁର୍ଲଭ କଳାରଙ୍ଗର ମହାବଳ ବାଘ ଫଟୋ ସମ୍ପ୍ରତି ଇଣ୍ଟର୍ନେଟ୍ ବ୍ୟବହାରକାରୀଙ୍କୁ ଚମତ୍କୃତ କରିଥିଲା ବୋଲି କହିଥିଲେ। ଶିମିଳିପାଳର ଏହି କଳାବାଘ ଦେଖାଦେବା ଘଟଣା ପ୍ରଥମେ ୧୯୯୩ରେ ରେକର୍ଡ କରାଯାଇଥିଲା। ୧୯୯୩ ଜୁଲାଇ ୨୧ ତାରିଖ ଦିନ ପୋଡ଼ାଗଡ଼ ଗାଁର ସାଲ୍କୁ ନାଁରେ ଜଣେ ବାଳକ ନିଜ ଜୀବନ ରକ୍ଷା କରିବାକୁ ଧନୁଶରଦ୍ବାରା ଗୋଟାଏ କଳାବାଘୁଣୀକୁ ମାରିଥିଲା।
ଏହି ଦୁର୍ଲଭ ବାଘମାନଙ୍କୁ ପ୍ରଥମେ ୨୦୦୭ରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳରେ ଔପଚାରିକ ଭାବେ ଆବିଷ୍କାର କରାଯାଇଥିଲା। ସମୟକ୍ରମେ ସେହି ପ୍ରକାରର ଅଧିକ ବାଘ ଥିବା କଥା ରେକର୍ଡ କରାଗଲା। ବିରଳ ଗଣସୂତ୍ର ପରିବର୍ତ୍ତନ ଯୋଗୁଁ ସେମାନଙ୍କ ଦେହର ରଙ୍ଗ କଳା ହେଉଥିବାରୁ ସେମାନଙ୍କ ସଂଖ୍ୟା ମଧ୍ୟ ସ୍ବଳ୍ପ।

About Author

indadmin

indadmin

Related Articles

Archives

Calendar

December 2024
M T W T F S S
 1
2345678
9101112131415
16171819202122
23242526272829
3031