Indus Valley Times

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଧବଳେଶ୍ୱର ପୀଠ

 Breaking News

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଧବଳେଶ୍ୱର ପୀଠ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଧବଳେଶ୍ୱର ପୀଠ
January 11
12:07 2023

ଆଠଗଡ଼,୧୧/୧: ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଧବଳେଶ୍ୱର ପୀଠ। ବାବା ଧବଳେଶ୍ୱରଙ୍କୁ ସର୍ବସାଧାରଣ ଦର୍ଶନ ପାଇଁ ଅନୁମତି ଦେଇଛନ୍ତି ଆଠଗଡ ଉପଜିଲ୍ଲାପାଳ। ମହାନଦୀ ପଠା ମଧ୍ୟରେ ହୋଇଥିବା ଅସ୍ଥାୟୀ ରାସ୍ତା ଦେଇ ଲୋକେ ଧବଳେଶ୍ୱରଙ୍କ ଦର୍ଶନ କରିପାରିବେ।
ମକର ସଂକ୍ରାନ୍ତିଠାରୁ ପୀଠ ଖୋଲିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତି ନିଆଯାଇଥିଲା। ତେବେ ନିର୍ମାଣଧୀନ ଅସ୍ଥାୟୀ ରାସ୍ତା କାମ ଯୁଦ୍ଧକାଳୀନ ଭିତିରେ ସରିଥିବାରୁ ଆଗୁଆ ଅନୁମତି ଦେଇଛି ପ୍ରଶାସନ। ମଞ୍ଚେଶ୍ୱର ନଦୀ ଘାଟରୁ ପାଇକରାପୁର ପଠା ଏବଂ ସେଠାରୁ ଧବଳେଶ୍ୱର ପଠାକୁ ସଂଯୋଗ କରାଯାଇଥିବା ଅସ୍ଥାୟୀ ରାସ୍ତାରେ ଶ୍ରଦ୍ଧାଳୁ ମାନେ ଚାଲି ଚାଲି ଯାଇ ଧବଳେଶ୍ୱରଙ୍କ ଦର୍ଶନ କରିପାରିବେ।
ଝୁଲାପୋଲ ଅସୁରକ୍ଷିତ ଦର୍ଶାଇ ନଭେମ୍ବର ୧ ତାରିଖ ଠାରୁ ଧବଳେଶ୍ୱରଙ୍କ ପୀଠକୁ ସର୍ବସାଧାରଣଙ୍କ ଲାଗି ଦର୍ଶନ ବନ୍ଦ ରଖାଯାଇଥିଲା। ୧୪୪ ଧାରା ଲଗାଇ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା ଲଗାଯାଇଥିଲା। ଧବଳେଶ୍ୱରଙ୍କ ମନ୍ଦିର ଖୋଲିବା ନେଇ ବାରମ୍ବାର ବିଭିନ୍ନ ସଂଗଠନ ସହ ପୂଜକ ସମାଜ ପକ୍ଷରୁ ଦାବି ହୋଇ ଆସୁଥିଲା।

About Author

indadmin

indadmin

Related Articles

Archives

Calendar

November 2024
M T W T F S S
 123
45678910
11121314151617
18192021222324
252627282930