Indus Valley Times

ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ : ମହିଳାଙ୍କୁ ବାଣ୍ଟିଲେ ସୁଭଦ୍ରା ଟଙ୍କା

 Breaking News

ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ : ମହିଳାଙ୍କୁ ବାଣ୍ଟିଲେ ସୁଭଦ୍ରା ଟଙ୍କା

November 24
17:39 2024

ସୁନ୍ଦରଗଡ଼, ୨୪/୧୧ : ଆସିଲା ପ୍ରଥମ କିସ୍ତିର ତୃତୀୟ ଦଫା ‘ସୁଭଦ୍ରା’ ଟଙ୍କା। ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯାଇଛି ‘ସୁଭଦ୍ରା’ ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ଏଥିସହ ପ୍ରଥମ କିସ୍ତିରୁ ବାଦ୍ ପଡ଼ିଥିବା ୨୫ ପ୍ରତିଶତ ମହିଳାଙ୍କୁ ବି ମିଳିଛି ଟଙ୍କା। ତେବେ ଯେଉଁ ଆବେଦନକାରୀ ଜମି ଯୋଗ୍ୟତା ପାଇଁ ବାଦ୍ ପଡ଼ିଛନ୍ତି, ସେମାନଙ୍କର ମଧ୍ୟ ତଥ୍ୟ ଯାଞ୍ଚ ପାଇଁ ବ୍ଲକସ୍ତରକୁ ରିପୋର୍ଟ ଯାଇଛି। ସେଠି ସମାଧାନ ହୋଇଗଲେ, ସେମାନଙ୍କୁ ଡିସେମ୍ବରରେ ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ଼ ଗସ୍ତରେ ଆସି ସ୍ଥାନୀୟ ମହାବିଦ୍ୟାଳୟ ନିକଟସ୍ଥ ଯାତରା ପଡ଼ିଆ‌‌ରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇଥିଲେ। ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ୧୦ ଜଣ ମହିଳାଙ୍କୁ ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତିର ଡମି ଚେକ୍ ପ୍ରଦାନ କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବିନାରାୟଣ ନାଏକ, ରଘୁନାଥପାଲି ବିଧାୟକ ଦୁର୍ଗାଚରଣ ତନ୍ତୀ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୋଭା ଶର୍ମା ଏବଂ ଜିଲ୍ଲାପାଳ ମନୋଜ ମହାଜନ ପ୍ରମୁଖ ଉପସ୍ଥିତ ଥିଲେ।
ସୁନ୍ଦରଗଡ଼ ସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ପୂର୍ବ ବିଜେଡି ସରକାରକୁ ଟାର୍ଗେଟ୍ କରିଛନ୍ତି। ମହିଳାଙ୍କୁ ସୁଭଦ୍ରା ଟଙ୍କା ଛାଡ଼ିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପୂର୍ବ ବିଜେଡି ସରକାର ଥିଲା ଘୋଷଣା ସରକାର।
ପୂର୍ବ ସରକାର ମିଶନ ଶକ୍ତି ନେଇ ଖୁବ୍ ପ୍ରଚାର କରିଥିଲେ। ୭୦ ଲକ୍ଷ ସାମିଲ ନେଇ ଡିଣ୍ଡିମ ପିଟିଲେ, ହେଲେ ସେମାନଙ୍କ ପାଇଁ କିଛି କଲେନି। ସିଧାସଳଖ ସ୍ୱାବଲମ୍ବୀ ନେଇ ଆର୍ଥିକ ସହାୟତା ଦେଇନଥିଲେ। ହେଲେ ସେ ସମୟ ଯାଇଛି। ଆଗାମୀ ଦିନରେ ଓଡ଼ିଶା ସବୁ କ୍ଷେତ୍ରରେ ଶକ୍ତିଶାଳୀ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31