Indus Valley Times

ସ୍ୱାଧୀନତା ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ: ଦେଶର ବିକାଶ ସହିତ ତାଳ ଦେଇ ଆଗେଇ ଚାଲିଛି ଓଡ଼ିଶା

 Breaking News

ସ୍ୱାଧୀନତା ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ: ଦେଶର ବିକାଶ ସହିତ ତାଳ ଦେଇ ଆଗେଇ ଚାଲିଛି ଓଡ଼ିଶା

August 15
11:46 2022

ଭୁବନେଶ୍ବର,୧୫/୮: ରାଜଧାନୀ ଭୁବନେଶ୍ୱର ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ସାରା ଦେଶ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି । ଜଣେ ଭାରତୀୟ ଭାବରେ ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ପବିତ୍ର ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଅଭିନନ୍ଦନ। ଆଜି ସାରା ଦେଶ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି । ଜଣେ ଭାରତୀୟ ଭାବରେ ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ପବିତ୍ର ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଅଭିନନ୍ଦନ ଜଣାଉଛି।
ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ପଟେଲ, ମୌଲାନା ଆଜାଦ, ଡଃ ବି.ଆର. ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ସହିଦ୍ ଲକ୍ଷ୍ଣଣ ନାଏକ, ବୀର ସୁରେନ୍ଦ୍ର ସାଏ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀମାନଙ୍କ ନେତୃତ୍ୱରେ ଆମେ ସ୍ୱାଧୀନତା ହାସଲ କରିଛୁ। ଏହି ଅବସରରେ ସେମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।
ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜୱାନମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। କୋଭିଡ ମହାମାରୀ ସମୟରେ ମାନବ ଜାତିର ସେବାରେ ସହିଦ ହୋଇ ଥିବା କୋଭିଡ ଯୋଦ୍ଧାମାନଙ୍କୁ ମଧ୍ୟ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।
ଆମର ସ୍ବାଧୀନତା ଥିଲା କୋଟି କୋଟି ଭାରତୀୟମାନଙ୍କ ବିଜୟ। ସତ୍ୟ ଓ ଅହିଂସାର ବିଜୟ. ଏହି ବିଜୟ ସାରା ବିଶ୍ବକୁ ରାସ୍ତା ଦେଖାଇଛି।
ଗତ ୭୫ ବର୍ଷରେ ଦେଶ ଅନେକ ମାଇଲଖୁଣ୍ଟ ହାସଲ କରିଛି। କୃଷି, ଶିକ୍ଷା, ସ୍ବାସ୍ଥ୍ୟ, ବିଜ୍ଞାନ ଓ ବୈଷୟିକ ଜ୍ଞାନ କୌଶଳ, ଶିଳ୍ପ, ଗବେଷଣା ଆଦି ବିଭିନ୍ନ କ୍ଷେତ୍ରରେ ଭାରତ ଆଜି ଆଗୁଆ ଦେଶ ସହ ପ୍ରତିଯୋଗିତା କରିପାରୁଛି।
ଆମ ଓଡ଼ିଶା ମଧ୍ୟ ଦେଶର ବିକାଶ ସହିତ ତାଳ ଦେଇ ଆଗେଇ ଚାଲିଛି। ୭୫ ବର୍ଷରେ ଓଡିଶା ଅନେକ ଲାଣ୍ଡମାର୍କ ହାସଲ କରି ଦେଶକୁ ରାସ୍ତା ଦେଖାଇଛି। ଓଡ଼ିଶାରେ ଆଜି ଟ୍ରାନସଫରମେସନ୍ ନୂଆ ଯୁଗ ଆରମ୍ଭ ହୋଇଛି। ଓଡ଼ିଶାର ସଫଳତା ଅନ୍ୟମାନଙ୍କ ପାଇଁ ମାର୍ଗ ଦର୍ଶନ କରୁଛି । ଏକ ଖାଦ୍ୟବଳକା ରାଜ୍ୟ ହେବା, ବିପର‌୍ୟ୍ୟୟ ପରିଚାଳନାରେ ବିଶ୍ବ ପାଇଁ ଆଦର୍ଶ ସୃଷ୍ଟି କରିବା, କ୍ରୀଡ଼ା ହବ୍ ଭାବରେ ପରିଚୟ ସୃଷ୍ଟି କରିବା ଓ ୭୦ ଲକ୍ଷ ମାଙ୍କୁ ସଶକ୍ତ କରିବା ଆଦି ଆମ ଓଡ଼ିଶାର ଜୟଯାତ୍ରାର ପ୍ରତୀକ।
ଶିକ୍ଷା ଆମର ଫୋକସ୍. ଆମ ସ୍କୁଲ ଟ୍ରାନସଫରମେସନ୍ କାର‌୍ୟ୍ୟକ୍ରମ, ଗୁଣାତ୍ମକ ଶିକ୍ଷାର ଦୃଢ ପ୍ରତିଶ୍ରୁତି ବହନ କରୁଛି। ପିଲାମାନଙ୍କ ଭିତରେ ନୂଆ ଆଶା ସୃଷ୍ଟି କରିଛି। ଗାଁର ପ୍ରତିଭାବାନ୍ ପିଲାମାନଙ୍କ ପାଇଁ ଆରମ୍ଭ ହୋଇଥିବା ଓଡିଶା ଆଦର୍ଶ ବିଦ୍ୟାଳୟ ଆଜି ବେଶ୍ ଲୋକପ୍ରିୟ ହୋଇଛି । କୋଟିଆରୁ ଆରମ୍ଭ କରି ଭୁବନେଶ୍ବର ପର‌୍ୟ୍ୟନ୍ତ ୩୧୫ଟି ଆଦର୍ଶ ବିଦ୍ୟାଳୟରେ ଆଜି ଏକ ଲକ୍ଷ ପିଲା ପାଠ ପଢୁଛନ୍ତି। ଆଜି ଏହି ଅବସରରେ ୫ ହଜାର ଝିଅ ପିଲାଙ୍କ ପାଇଁ ଆଦର୍ଶ ବିଦ୍ୟାଳୟ ରେ ୫୦ଟି ହଷ୍ଟେଲର କରାଯାଇଛି।
ସ୍ବାଧୀନତାର ୭୫ ବର୍ଷ ଅବସରରେ ଆମେ ରାଜ୍ୟର ୩୦ଟି ଜିଲ୍ଲାର ଗ୍ରାମାଞ୍ଚଳରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ୩୦୦୦ ସ୍ମାରକୀ ସ୍ଥାପନ କରୁଛୁ। ଆମର ଯୁବବର୍ଗଙ୍କ ପାଇଁ କର୍ମ ନିଯୁକ୍ତି ଉପରେ ଆମେ ବିଶେଷ ଗୁରୁତ୍ବ ଦେଇଛୁ। ସରକାରୀ କ୍ଷେତ୍ରରେ ଖାଲି ଥିବା ବିଭିନ୍ନ ପଦବୀଗୁଡ଼ିକ ପୂରଣ ପାଇଁ ନିୟମିତ ନିଯୁକ୍ତି ଜାରି ରହିଛି। ବିଭିନ୍ନ ବିଭାଗରେ ୭୦ ହଜାରରୁ ଅଧିକ ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯାଉଛି।
ଜନଜାତି ଭାଇଭଉଣୀ ମାନଙ୍କ ବିକାଶ ଓ ସେମାନଙ୍କ ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ବହୁତ ଭଲ କାମ କରିଛି। ଓଡ଼ିଶାର ଜନଜାତି ପିଲାମାନେ ଆଜି ବିଭିନ୍ନ କ୍ଷେତ୍ରରେ, ଦେଶ ବିଦେଶରେ ସୁନାମ ଅର୍ଜନ କରୁଛନ୍ତି। ନିକଟରେ ରୋମରେ ଆମ ଓଡ଼ିଆ ପିଲା ଶେଷା କିଶାନଙ୍କୁ ଭେଟି ମୋତେ ବହୁତ ଖୁସି ଲାଗିଥିଲା ।
ଖାଦ୍ୟ ସୁରକ୍ଷା ପରେ ନିଉଟ୍ରିସନ୍ ନିରାପତ୍ତା ଅମର ଧ୍ୟାନ ରହିଛି। ମିଲେଟ ମିସନ୍ ରାଜ୍ୟର ଉଣେଇଶଟି ଜିଲ୍ଲାକୁ ସଂପ୍ରସାରିତ କରାଯାଇଛି। ଏଥିପାଇଁ ଦୁଇ ହଜ଼ାର ଆଠଶହ କୋଟି ଟଙ୍କା ଖର୍ଚ୍ଚ ହେବ।
ଓଡ଼ିଶା ଜଗନ୍ନାଥଙ୍କ ପବିତ୍ର ଭୂମି। ଓଡ଼ିଆମାନେ ସବୁବେଳେ ଆଞ୍ଚଳିକ ମନୋଭାବରୁ ଉପରକୁ ଉଠି ଜାତୀୟତା ଭାବରେ କାମ କରନ୍ତି। ଭାରତୀୟ ହକି ଦଳର ଉଭୟ ପୁରୁଷ ଓ ମହିଳାଟିମକୁ ଓଡ଼ିଶା ପ୍ରାୟୋଜନ କରିବା ଆମ ଜାତୀୟତା ଭାବର ସର୍ବୋତ୍ତମ ଉଦାହରଣ।
ଆଉ ୨୫ ବର୍ଷ ପରେ ଆମେ ସ୍ବାଧୀନତାର ଶତବାର୍ଷିକୀ ପାଳନ କରିବା । ସେଥିପାଇଁ ଆମକୁ ବର୍ତ୍ତମାନଠାରୁ ପ୍ରସ୍ତୁତ ହେବାକୁ ହେବ। ମୋର ପୁରା ବିଶ୍ୱାସ ଏହି ସମୟ ମଧ୍ୟରେ ଦେଶର ବିକାଶରେ ଓଡ଼ିଶାର ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରହିବ। ଆମେ ସମସ୍ତେ ଯଦି ଦିନର ଅଳ୍ପ କିଛି ସମୟ ଦେଶ ପାଇଁ ଦେଇପାରିବା ତେବେ ଆମେ ବହୁତ ବଡ଼ ପରିବର୍ତ୍ତନ ଆଣି ପାରିବା।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031