Indus Valley Times

୨୨ ଓ ୨୩ ତାରିଖରେ ‘ସୁଭଦ୍ରା ଯୋଜନାର ଟଙ୍କା ଦିଆଯିବ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

 Breaking News

୨୨ ଓ ୨୩ ତାରିଖରେ ‘ସୁଭଦ୍ରା ଯୋଜନାର ଟଙ୍କା ଦିଆଯିବ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

୨୨ ଓ ୨୩ ତାରିଖରେ ‘ସୁଭଦ୍ରା ଯୋଜନାର ଟଙ୍କା ଦିଆଯିବ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
April 07
12:40 2025

ଭୁବନେଶ୍ୱର,୭/୪ : ‘ସୁଭଦ୍ରା’ ଯୋଜନାକୁ ନେଇ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ଆସନ୍ତା ୨୨ ଓ ୨୩ ତାରିଖରେ ମହିଳାମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ। ବାଦ୍ ପଡ଼ିଥିବା ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନ୍ୟପକ୍ଷରେ ଆଜି ଆଉ ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। SHG( ସ୍ବୟଂ ସହାୟକ ଗୋଷ୍ଠୀ)କୁ ନେଇ ସେ କହିଛନ୍ତି, ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରାଯିବ। ଏଥିରେ GPLF, CPL, BLFଙ୍କୁ ଜିଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ପୂର୍ବ ସରକାରରେ ବହୁ ମହିଳା SHGରୁ ବଞ୍ଚିତ ରହିଛି।
ବର୍ତ୍ତମାନ ରାଜ୍ୟ ସରକାର ମିଶନ ଶକ୍ତି ସବୁ ଘରକୁ ଯୋଡ଼ିବାଆରମ୍ଭ କରିଛନ୍ତି। ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟ ରଖି ଲୋକଙ୍କୁ ଗ୍ରୁପ ସହ ଯୋଡ଼ିଥିଲେ। ଏବେ ସମସ୍ତଙ୍କୁ GPLF ନିର୍ବାଚନରେ ଭାଗ ନେବାର ସୁଯୋଗ ମିଳିବ।
ଯେଉଁମାନେ ସଭାପତି ଓ ସମ୍ପାଦକ ଅଛନ୍ତି ସେମାନଙ୍କୁ ବାହାର କରି ନୂଆମାନଙ୍କୁ ସୁଯୋଗ ମିଳିବବ। ତୃଣମୂଳ ସ୍ତରରେ ନେତୃତ୍ୱ ସୃଷ୍ଟି କରିବାକୁ ଚେଷ୍ଟା କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031