Indus Valley Times

୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ : ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି

 Breaking News

୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ : ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି

November 19
18:10 2025

ଭୁବନେଶ୍ୱର, ୧୯/ ୧୧: ଲୋକସେବା ଭବନରେ ନୂଆଦିଲ୍ଲୀ ସ୍ଥିତ ସଂସଦ ସଚିବାଳୟର ଗଣତନ୍ତ୍ର ପାଇଁ ସଂସଦୀୟ ଗବେଷଣା ଏବଂ ତାଲିମ ପ୍ରତିଷ୍ଠାନ ବା ପ୍ରାଇଡ୍ ପକ୍ଷରୁ ୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ୧୨ଟି ଦେଶର ୪୦ ଜଣ ବିଦେଶୀ ପ୍ରତିନିଧି ସାକ୍ଷାତ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ପ୍ରତିନିଧିମାନଙ୍କୁ ସ୍ଵାଗତ କରିବା ସହ ଓଡ଼ିଶାର ଦୃଢ଼ ଗଣତାନ୍ତ୍ରିକ ପରମ୍ପରା ଏବଂ ବିଧାନସଭାର ୮୯ ବର୍ଷର ଉତ୍ସର୍ଗୀକୃତ ଜନ ସେବାର ଐତିହ୍ୟ ଉପରେ ଆଲୋକପାତ କରିଥିଲେ।
ଉପସ୍ଥିତ ପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶା ରାଜ୍ୟ ବିଧାନସଭାର ସଂସଦୀୟ କାର୍ଯ୍ୟ ପ୍ରଣାଳୀ ଭାରତର ଅନ୍ୟତମ ସର୍ବଶ୍ରେଷ୍ଠ । ଜୁନ୍ ୨୦୨୪ ରୁ ଜୁନ୍ ୨୦୨୫ ମଧ୍ୟରେ ଓଡିଶା ବିଧାନସଭା ୬୨ଟି ବୈଠକ ପରିଚାଳନା କରିଛି ଏବଂ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଲ୍, ୨୦୨୪ ଉପରେ ରେକର୍ଡ ୧୨ ଘଣ୍ଟା ୨୫ ମିନିଟ୍ ବିତର୍କ କରିଛି । ବିଧାନସଭା ପ୍ରକ୍ରିୟାର ଡିଜିଟାଲ୍ ରୂପାନ୍ତରଣ କ୍ଷେତ୍ରରେ ଓଡିଶା ଏକ ଅଗ୍ରଣୀ ରାଜ୍ୟ ।
ବିଧାନସଭାରେ ଜାତୀୟ ଇ-ବିଧାନ ଆପ୍ଲିକେସନ୍‌ର ପୂର୍ଣ୍ଣ କାର୍ଯ୍ୟାନ୍ୱୟନ, ଇ-ପ୍ରଶାସନ ପାଇଁ ଓସ୍ୱାସ୍, ସମ୍ପୂର୍ଣ୍ଣ ଡିଜିଟାଲ୍ ଗୃହ, ଗବେଷଣା ଏବଂ ସୂଚୀକରଣ ପାଇଁ ଏଆଇର ବ୍ୟବହାର ଆଦି ଅନେକ ପଦକ୍ଷେପ ନିଆଯାଇଛି। ଡିଜିଟାଲ୍ ପ୍ରୟୋଗ କ୍ଷେତ୍ରରେ ଉତ୍କର୍ଷତା ପାଇଁ ଓଡିଶା ବିଧାନସଭା ଜାତୀୟ ପୁରସ୍କାର ହାସଲ କରିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।
ସେହିପରି ଓଡ଼ିଶାର ୧୦ଟି ବିଭାଗୀୟ ସ୍ଥାୟୀ କମିଟି ସମେତ ଗଠିତ ୨୫ଟି କମିଟି ଉନ୍ନତ ପ୍ରଶାସନ ସୁନିଶ୍ଚିତ କରିବା ପାଇଁ \”ମିନି-ପାର୍ଲିମେଣ୍ଟ\” ଭାବରେ କାର୍ଯ୍ୟ କରୁଛି। ଓଡ଼ିଶା ନିକଟରେ ଅନୁସୂଚିତ ଜାତି ଏବଂ ଜନଜାତି କମିଟିର ଅଧ୍ୟକ୍ଷଙ୍କ ଜାତୀୟ ସମ୍ମିଳନୀକୁ ସଫଳତାର ସହିତ ଆୟୋଜନ ଆମର ଅନ୍ତର୍ଭୁକ୍ତିକରଣ ଶାସନ ପ୍ରତି ପ୍ରତିବଦ୍ଧତାର ପ୍ରମାଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ମୁଖ୍ୟମନ୍ତ୍ରୀ ରାଜ୍ୟର ସାଂସ୍କୃତିକ ସମୃଦ୍ଧି ବିଷୟରେ ଆଲୋକପାତ କରିଛନ୍ତି ।
ବିଦେଶୀ ପ୍ରତିନିଧିମାନେ ପୂର୍ବରୁ ପୁରୀ, କୋଣାର୍କ, ଧଉଳି ଏବଂ ଅନ୍ୟାନ୍ୟ ଐତିହ୍ୟସ୍ଥଳୀ ପରିଦର୍ଶନ କରିଥିଲେ। ସେମାନେ ଓଡ଼ିଶାର ଐତିହ୍ୟ ଓ ଆତିଥ୍ୟର ଉଚ୍ଚ ପ୍ରଶଂସା କରିଛନ୍ତି ।
ଏହି ଅବସରରେ ରାଜ୍ୟସଭା ସାଂସଦ ସୁଜିତ କୁମାର କହିଛନ୍ତି ଯେ ବିଶ୍ୱ ଗଣତାନ୍ତ୍ରିକ ପରିବେଶରେ ଓଡ଼ିଶାର ବିଧାନସଭା ଏକ ଜାତୀୟ ମଡେଲ ଭାବରେ ଉଭା ହୋଇଛି। ଓଡ଼ିଶାର ବିଧାନସଭା ଶୃଙ୍ଖଳା, ଗଠନମୂଳକ ବିତର୍କ ଏବଂ ପ୍ରଯୁକ୍ତିବିଦ୍ୟା ନବସୃଜନର ଏକ ମଡେଲ । ଏଣୁ ସଂସଦୀୟ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ ଯୁବ ବିଶ୍ୱ ପ୍ରତିନିଧିମାନଙ୍କୁ ଭାରତର ଅନନ୍ୟ ସଂସଦୀୟ ପରମ୍ପରା ଶିଖିବା ପାଇଁ ଏକ ବିରଳ ସୁଯୋଗ ପ୍ରଦାନ କରୁଛି।
ଉକ୍ତ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମକୁ ପ୍ରତିନିଧିତ୍ବ କରୁଥିବା ତୁର୍କମେନିସ୍ତାନର ମଜଲିସ୍ (ସଂସଦ) ସଦସ୍ୟ କରିମଗୁଲି ଗୁରବାଙ୍ଗୁଲିଭିଚ୍ ଗେଲଡିୟେଭ, ଗଣତନ୍ତ୍ରରେ ସ୍ୱଚ୍ଛତା ଏବଂ ଡିଜିଟାଲ୍ ସଂସ୍କାର ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରଶଂସା କରିଛନ୍ତି ଏବଂ ଏହି ଇଣ୍ଟର୍ନସିପ୍ କାର‌୍ୟ୍ୟକ୍ରମ ସମସ୍ତ ପ୍ରତିନିଧିଙ୍କ ପାଇଁ ସ୍ମରଣୀୟ ହେବ ବୋଲି କହିଥିଲେ ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ସଂସଦୀୟ ବ୍ୟାପାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ଓଡିଶା ବିଧାନସଭାର ସଚିବ ସତ୍ୟବ୍ରତ ରାଉତ, ନିର୍ଦ୍ଦେଶକ ପ୍ରାଇଡ ପ୍ରଶାନ୍ତ ମଲ୍ଲିକ ଏବଂ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟା ଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930